୮୦ତମ ସ୍ୱାଧୀନତା ଦିବସରେ ଅଭିବାଦନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ସ୍ୱାଧୀନତା ନିମନ୍ତେ ପ୍ରାଣବଳୀ ଦେଇଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ପୂର୍ବରୁ ବିଦ୍ୟାଳୟ ଗୁଡ଼ିକରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯାଉଥିବାବେଳେ ଏବେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥି ସହ ଉପାନ୍ତ ଜିଲ୍ଲାରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ପ୍ରତିଷ୍ଠା ସହିତ ୪ଟି ନୂଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।ଏଗ୍ରି-ଷ୍ଟାକ୍‌ ପଞ୍ଜିକରଣ ନେଇ ଚାଷୀଭାଇମାନଙ୍କ ମନରେ ଥିବା ସନ୍ଦେହକୁ ଦୂର କରିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଗ୍ରି-ଷ୍ଟାକ୍‌ ପଞ୍ଜିକରଣ ସହିତ ଧାନକିଣା ପାଇଁ ପି-ପାସ୍‌ ପଞ୍ଜିକରଣର କୌଣସି ସମ୍ପର୍କ ନାହିଁ । ପି-ପାସ୍‌ରେ ପଞ୍ଜିକରଣ ଦ୍ୱାରା ଚାଷୀମାନେ ସେମାନଙ୍କ ଧାନ ବିକ୍ରୟ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।ରାଜ୍ୟ ସରକାର ମଧ୍ୟ ଓଡ଼ିଶାର ସବୁ ଅଞ୍ଚଳକୁ ଯୋଡ଼ିବା ପାଇଁ ୩ଟି ପ୍ରମୁଖ ସଡ଼କ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଯୋଜନା କରିଛନ୍ତି । ବ୍ରହ୍ମପୁରରୁ ଜୟପୁର, ପାରଳାଖେମୁଣ୍ଡିରୁ ଆମ୍ବାଭୋନା ପର୍ଯ୍ୟନ୍ତ ନମୋ ଏକ୍ସପ୍ରେସ ୱେ ଏବଂ ମୋଟୁ ଠାରୁ ତିରିଙ୍ଗି ପର୍ଯ୍ୟନ୍ତ ଅଟଳ ଏକ୍ସପ୍ରେସ ୱେ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଇଛି । ଏହି ତିନୋଟି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୩୧ ହଜାର କୋଟି ଟଙ୍କା ବିନିଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button