ଆସନ୍ତା ୩ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗତ କିଛି ଦିନ ଧରି ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ହେବା ପରେ ରବିବାର ପାଗରେ ଆଂଶିକ ପରିବର୍ତ୍ତନ ଦେଖାଦେଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ରବିବାର ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କଟକ ଜିଲ୍ଲାର ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ලାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଏବଂ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button