ବିରୋଧୀ ଦଳ ଉପନେତା ତଥା ବରିଷ୍ଠ ନେତା ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ଓ ବରିଷ୍ଠ ବିଜେପି ନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି ।
ରାଷ୍ଟ୍ରବାଦୀ ବିଚାରଧାରାରେ ଅନୁପ୍ରାଣିତ ହୋଇ ଛାତ୍ର ଜୀବନରୁ ରାଜନୀତିକୁ ଆସିଥିବା ସ୍ୱର୍ଗତ୍ ସେଠୀ ଭାରତୀୟ ଜନତା ପାର୍ଟିର ସାଧାରଣ କାର୍ଯ୍ୟକର୍ତ୍ତା ଭାବେ କାର୍ଯ୍ୟ କରିଆସୁଥିଲେ । ୨୦୦୦ ରୁ ୨୦୦୪ମସିହା ପର୍ଯ୍ୟନ୍ତ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଥିବା ସ୍ୱର୍ଗତ୍ ସେଠୀ ୨୦୧୯ ମସିହାରେ ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇ ବିରୋଧୀ ଦଳ ଉପନେତା ଭାବେ ଦାୟୀତ୍ୱ ନିର୍ବାହ କରୁଥିଲେ । ସ୍ୱର୍ଗତ୍ ସେଠୀ ଚିକିତ୍ସାଧୀନ ଅବସ୍ଥାରେ ମାତ୍ର ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ପାର୍ôଥବ ଶରୀରରେ ରାଜ୍ୟ ସଭାପତି ସମୀର ମହାନ୍ତି ଦଳୀୟ ପତାକା ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଜେପି ରାଜ୍ୟ ପ୍ରଭାରୀ ଡି.ପୁରେନ୍ଦଶ୍ୱରୀ, ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଦୁଷ୍ମନ୍ତ କୁମାର ଗୌତମ, ରାଜ୍ୟ ସାଧାରଣ ସମ୍ପାଦକ ମାନସ କୁମାର ମହାନ୍ତି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବରିଷ୍ଠ ନେତା ମନମୋହନ ସାମଲ, ସୁରମା ପାଢ଼ୀ, ବିଧାୟକ ଭାସ୍କର ମଢେଇ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ନାଉରୀ ନାଏକ, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ପ୍ରଭାତୀ ପରିଡ଼ା, ଅନୀତା ଶୁଭଦର୍ଶନୀ ପଟ୍ଟନାୟକ, ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବିରଞ୍ଚି ତ୍ରିପାଠୀ, ରମାରଞ୍ଜନ ବଳିୟାରସିଂହ, ଡ. ଯତୀନ ମହାନ୍ତି, ଠାକୁର ରଣଜିତ୍ ଦାସ, ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ସ୍ମୃତି ପଟ୍ଟନାୟକ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ୍ ଆଚାର୍ଯ୍ୟ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଶେଷଦର୍ଶନ ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସ୍ୱର୍ଗତ୍ ସେଠୀଙ୍କ ପାର୍ôଥବ ଶରୀରକୁ ତାଙ୍କ ଜନ୍ମସ୍ଥାନ ଭଦ୍ରକ ଜିଲ୍ଲା ମଙ୍ଗରାଜପୁର ଅଣାଯାଇ ଶେଷକୃତ ସମ୍ପନ୍ନ କରାଯାଇଥିଲା ।
ତାଙ୍କ ଅକାଳ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ସଭାପତି ଜେ. ପି. ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ତଥା ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, କେ. ଭି. ସିଂହଦେଓ, ବସନ୍ତ ପଣ୍ଡା ଓ ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି ।

Related Articles

Leave a Reply

Your email address will not be published.

Back to top button