ସରକାରୀ କର୍ମଚାରୀଙ୍କ ମହଙ୍ଗାଭତ୍ତା ବୃଦ୍ଧିକଲେ ରାଜ୍ୟସରକାର

ଭୁବନେଶ୍ୱର : ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପାର୍ବଣ ଭେଟି ଦେଇଛନ୍ତି ରାଜ୍ୟସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କର ୩ ପ୍ରତିଶତ ମହଙ୍ଗାଭତ୍ତା ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। କର୍ମଚାରୀ ଓ ପେନସନ ଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।

Related Articles

Leave a Reply

Your email address will not be published.

Back to top button