ରାଜ୍ୟ କ୍ୟାବିନେଟରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି I ୨୦୨୧ ଡିସେମ୍ବର ୩୧ସୁଦ୍ଧା ଶତପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ (ଅନୁଦାନ) ପାଉଥିବା ସମସ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମାଦ୍ରାସାର ଶିକ୍ଷକ ଓ କର୍ମଚାରୀମାନେ ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ । ୨୦୨୨ ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଦରମା ସେମାନଙ୍କୁ ମିଳିବ । ଏଥିରେ ପ୍ରାୟ ୨୬୧୬୪ଜଣ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ ତଥା ରାଜକୋଷରୁ ବାର୍ଷିକ ୨୮୦.୪୮କୋଟି ଟଙ୍କାର ଅତିରିକ୍ତ ବ୍ୟୟ ହେବ । ଆଜି ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବ ସମେତ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଅନ୍ୟପଟେ ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ବିମାନ ସେବାକୁ କାର୍ଯ୍ୟକାରୀ କରାଯିବ । ବିଶ୍ୱବ୍ୟାଙ୍କ ସହାୟତାରେ ରାଜ୍ୟରେ କାର୍ଯ୍ୟକାରୀ ହେବ ଓଏସସିଆରଜିପିପି(OSCRGPP)ଦୁର୍ବିପାକ ନିରୋଧୀ ଦକ୍ଷତା ବୃଦ୍ଧି ପାଇଁ କାର୍ଯ୍ୟକ୍ରମ। ଏଥି ସହିତ ଆଳୁ, ପନିପରିବା, ମସଲା ଉତ୍ପାଦନ ବୃଦ୍ଧି ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ଅନୁମୋଦନ କରାଯାଇଛି। ସେହିପରି ଏମଏସଏମଇ ପାଇଁ ନୂଆ ନୀତିକୁ ଅନୁମୋଦନ ଦେଇଛି କ୍ୟାବିନେଟ୍।କୃଷିରେ ମହିଳାଙ୍କୁ ସ୍ୱାବଲମ୍ବୀ କରାଇବାକୁ ପାଣ୍ଠି ବ୍ୟବସ୍ଥା ସହିତ SHGଙ୍କୁ କୃଷି ଉଦ୍ୟୋଗୀକରଣ ପାଇଁ ମିଳିବ ପ୍ରୋତ୍ସାହନ । ଓଡ଼ିଶା ମେଡିକାଲ ସେବା ନିଯୁକ୍ତି ସର୍ତ୍ତାବଳୀରେ ହେବ ସଂଶୋଧନ । ଓଡ଼ିଶା ମିନିଷ୍ଟରିଆଲ ସର୍ଭିସ ନିଯୁକ୍ତି ନିୟମରେ ମଧ୍ୟ ହେବ ସଂଶୋଧନ । +2 ଶିକ୍ଷାରେ ସ୍ୱତନ୍ତ୍ର ବିଶେଷଜ୍ଞ ନିଯୁକ୍ତି ପାଇଁ ହେବ ସ୍ୱତନ୍ତ୍ର ନୀତି । ଏହା ସହିତ ଅନୁଗୁଳ ଜିଲ୍ଲାରେ ୨ଟି ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ମିଳିଛି ମଞ୍ଜୁରୀ । ୧୬୮୭ ଟି ସ୍ଥାନରେ ବିଏସଏନଏଲକୁ ୨ ହଜାର ବର୍ଗଫୁଟର ହେବ ୩୦ ବର୍ଷୀୟା ଲିଜ୍ । ଏହାଦ୍ୱାରା ଉପକୃତ ହେବେ ୧୭୯୨ଟି ଅପହଞ୍ଚ ଗାଁର ଲୋକେ । ଲିଜ୍ ବିବାଦରେ ବର୍ଷକୁ ୧ ଟଙ୍କାର ଟୋକନ ମନି ଦେବ ବିଏସଏନଏଲ । ଗଞ୍ଜାମ ହିଞ୍ଜିଳିକାଟୁରେ ଶଙ୍କର ନେତ୍ରାଳୟ ଖୋଲିବ ଶାଖା । ନେତ୍ରାଳୟ ଜମିର ଖଜଣା ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ । ଲଘୁ ଖଣିଜ ସମ୍ପଦ ଅଧିନିୟମରେ ହେବ ସଂଶୋଧନ ।

Related Articles

Leave a Reply

Your email address will not be published.

Back to top button