ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଜାରି ରହିବ: ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘଦିନ ଧରି ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁ ଶିକ୍ଷକମାନେ ଦୀର୍ଘ ଦିନ ଧରି ଅନୁପସ୍ଥିତ ରହୁଛନ୍ତି ଓ ନୋଟିସର ଜବାବ ରଖୁନାହାନ୍ତି, ସେମାନଙ୍କ ବିରୋଧରେ ନୀତିଗତ କାର୍ଯ୍ୟାନୁଷ୍ଠାନ ନେଇ ନିଷ୍ପତ୍ତି ହୋଇଛି। ସେହିପରି ଏ ଯାଏଁ ୯୬ ଜଣ ଶିକ୍ଷକଙ୍କ ଖୋଜ ଖବର ମିଳୁନାହିଁ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

Related Articles

Leave a Reply

Your email address will not be published.

Back to top button