୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି ।ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ । ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ୟ୍ୟ ୫ ବର୍ଷରେ ଶେଷ ହେବ । ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ ।  ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ । ସେହିପରିOBC କମିଶନ ଆଇନରେ ହେବ ସଂଶୋଧନ । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି ।  ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ । GST, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି ।  ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି ।  OSJS ଓ OJS ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ ହୋଇଛି ।
ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button