୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଅପରାହ୍ଣ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ସେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ। ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଦ୍ବିତୀୟ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ  ଥର ପାଇଁ ସେ ଗତବର୍ଷ ନଭେମ୍ବର ୧୧ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ।

Related Articles

Leave a Reply

Your email address will not be published.

Back to top button