ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦୁଝର ଗସ୍ତରେ ଯାଇ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାବାସୀଙ୍କୁ ମୋଟ୍‌ ୪୭୦୩.୨୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି। ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଖୁବ୍‌ଶୀଘ୍ର ସମସ୍ତ ବିଭାଗ କାର୍ୟ୍ୟକ୍ଷମ ହେବା ସହିତ ଆଦିବାସୀ ବହୁଳ କେନ୍ଦୁଝରବାସୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହି ମେଡିକାଲ କଲେଜ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ। ଏହି କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍, ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ସହ ବିଧାୟକ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button