୧୦ ଟଙ୍କାରେ ମିଳିବ ମ୍ୟୁଜିଅମ ଟିକେଟ୍

ଭୁବନେଶ୍ୱର: ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର‌୍ୟ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।ଏତଦ୍ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର‌୍ୟ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button