ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ବିଲ୍ ଆଗତ ପାଇଁ ରୁଲିଂ ଦେଲେ ବାଚସ୍ପତି

ଭୁବନେଶ୍ୱର:  ଗୃହରେ ଉଠିଲା ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପ୍ରସଙ୍ଗ । ନରସିଂହ ମିଶ୍ର କହିଲେ, ସବୁ କମିଟି ରିପୋର୍ଟ ଦେଲା ପରେ ମଧ୍ୟ ସରକାର କ’ଣ ନିଷ୍ପତ୍ତି ନେଲେ ଜଣା ପଡୁନାହିଁ । ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ସେ ସମ୍ପର୍କରେ ବିଲ ଆଣନ୍ତୁ ,  ଚଲିବା କଷ୍ଟକର ହେଉଛି । ଗୃହରେ ସବୁ ସଦସ୍ୟଙ୍କ ଉଦବେଗ ପ୍ରକାଶ ପାଉଛି । ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ପାଇଁ କମିଟି ତାହାର ରିପୋର୍ଟ ଦେଇସାରିଛନ୍ତି । ରିପୋର୍ଟ ସଂସଦୀୟ ବ୍ୟାପର ବିଭାଗକୁ ପଠାଯାଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ଗୃହରେ ଉପସ୍ଥିତ ଅଛନ୍ତି, ସେ ଗୃହର ନେତାଙ୍କ ସହ ଆଲୋଚନା କରନ୍ତୁ, ଗୃହକୁ ବିଲ କେମିତି ଆସିବ ସମୟଚିତ ପଦକ୍ଷେପ ନିଅନ୍ତୁ । ନରସିଂହ ମିଶ୍ରଙ୍କୁ ସମର୍ଥନ କରିଛନ୍ତି ଅମର ଶତପଥୀ । କହିଲେ ପୂର୍ବତନ ବିଧାୟକମାନେ ମଧ୍ୟ ଅସୁବିଧାରେ ଅଛନ୍ତି । ମୁଁ ରିପୋର୍ଟ ଦେଇ ସାରିଛି । ଦିଲ୍ଲୀର ବିଧାୟକ ମାନଂକ ଦରମା ବୃଦ୍ଧି ହୋଇଛି । ଏହି ପ୍ରସଙ୍ଗକୁ ନେଇ ତାରା ବାହିନୀପତି ଓ ମୋହନ ମାଝୀ ଉଦବେଗ ପ୍ରକାଶ କରିଛନ୍ତି । ସେହିପରି ବିଧାୟକଙ୍କ ଦରମା ବଢିବା ବୃଦ୍ଧି ପ୍ରସଙ୍ଗ ସମ୍ପର୍କିତ ବିଲ ଗୃହରେ ଆଗତ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କୁ ବାଚସ୍ପତି ରୁଲିଂ ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button