ଜଗା ଦର୍ଶନ ବନ୍ଦ, ମେ’ ୧୫ ଯାଏ ଲାଗିଲା କଟକଣା

ପୁରୀ : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହାହେଲା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି ।  ମେ’  ୧୫ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି । ପ୍ରକାଶ ଯେ, ଆଜି  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଛତିଶା ନିଯୋଗର ଏକ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା ।  ଉକ୍ତ ବୈଠକରେ ଯୋଗଦେଇଥିବା ସେବାୟତମାନେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ପାଇଁ ଦାବି କରିଥିଲେ ।  କରୋନା ସଂକ୍ରମଣ ବଢୁଥିବାରୁ ସେବାୟତମାନେ ଏଭଳି ଦାବି କରିଥିଲେ ।  ଯାହା ଫଳରେ  ମେ’  ୧୫ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି ।  ଏହି କଟକଣା ନେଇ ଶ୍ରୀମମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।  ନିର୍ବିଘ୍ନ ନୀତିକାନ୍ତି ନିମନ୍ତେ ସେବାୟତଙ୍କ ସୁସ୍ଥତା ପାଇଁ ଦର୍ଶନ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି ।  ତେବେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଲେ ବି ଦୈନିକ ନୀତିକାନ୍ତି ଚାଲୁ ରହିବ ।

Related Articles

Leave a Reply

Your email address will not be published.

Back to top button