ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ୱର:  କରୋନାର ଭୟ ଭିତରେ ଆଜି ଏକ ବଡ଼ ଖବର ସାମନାକୁ ଆସିଛି ।  ମାଟ୍ରିକ ପରୀକ୍ଷାକୁ ରାଜ୍ୟ ସରକାର  ବାତିଲ କରିଦେଇଛନ୍ତି ।  ମାଦ୍ରାସା ପରୀକ୍ଷାକୁ ମଧ୍ୟ ରାଜ୍ୟ ସରକାର ବାତିଲ କରିଛନ୍ତି । ସିବିଏସଇ ଓ ସିଆଇଏସସିଇ ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ  ଓଡ଼ିଶା ସରକାର ମଧ୍ୟ ସମାନ ପନ୍ଥା ଆପଣାଇଛନ୍ତି ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଛନ୍ତି ।  ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଓ  ସୁରକ୍ଷାକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି।  ଏନେଇ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି । ପୂର୍ବରୁ ରାଜ୍ୟ ସରକାର ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିଥିଲେ ହେଁ ଏହାକୁ ନେଇ ଛାତ୍ରଛାତ୍ରୀ ପ୍ରଶ୍ନ ଉଠାଇଥିଲେ ।  ପ୍ରକାଶ ଯେ, ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ତାର କାୟା ବିସ୍ତାର କରିଚାଲିଛି ।  ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ହେବାକୁ ଥିବା ବିଭିନ୍ନ ପରୀକ୍ଷାକୁ ସ୍ଥଗିତ କରାଯାଇଛି । କିଛି ଦିନ ପୂର୍ବରୁ  ଦଶମ  ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା । ପୂର୍ବରୁ ମେ ୩ ତାରିଖରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ହୋଇଥିବା ପ୍ରେସ ବାର୍ତାରେ କୁହାଯାଇଥିଲା କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତି ନିଆଯିବ । ରାଜ୍ୟରେ ଫେବୃୟାରୀରେ ମାଟ୍ରିକ ପରୀକ୍ଷା ହେଉଥିବା ବେଳେ ଏହାକୁ ମେ ୩ ତାରିଖକୁ ଘୁଂଚା ଯାଇଥିଲା । ପରୀକ୍ଷା ସ୍ଥଗିତ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସତ୍ୱେ ରାଜ୍ୟରେ ୬ ଲକ୍ଷ ୧୯ ହଜାର ମାଟ୍ରିକ ପରୀକ୍ଷାର୍ଥୀଙ୍କ ଭବିଷ୍ୟତକୁ ନେଇ ଅନିଶ୍ଚତତା ଦେଖାଦେଇଥିଲା । କାରଣ ପରୀକ୍ଷା ହେବ ନା ନାହିଁ ସେନେଇ ଦ୍ୱନ୍ଦ୍ୱରେ ଥିଲେ ଛାତ୍ରଛତ୍ରୀ । ଗତକାଲି  ନବୀନ ନିବାସ ସମ୍ମୁଖରେ ଏବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।  ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ  ଗୁହାରି କରିବା ପାଇଁ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।   ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ  ଘୋଷଣା କରିବାକୁ ଦାବି କରିଥିଲେ ।  ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଥିଲେ ।  କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଥିଲେ ।

Related Articles

Leave a Reply

Your email address will not be published.

Back to top button