ରଜ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ କରୋନା କଟକଣାକୁ ମାନି ରଜ ପାଳିବାକୁ ନିବେଦନ କରିଛନ୍ତି । ସେପଟେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମଧ୍ୟ ରଜ ଅବସରରେ ଓଡ଼ିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତେ ନିଜର ଟ୍ୱିଟର ପେଜରେ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟରରେ ଲେଖିଛନ୍ତି କି, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ । ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହାନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା । କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ଏହାକୁ ପାଳନ କରନ୍ତୁ । ସମସ୍ତଙ୍କ ସଚେତନତା ଓ ସହଯୋଗ, କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ ବିଜୟୀ କରିବ ।

Related Articles

Leave a Reply

Your email address will not be published.

Back to top button