ଶିବସୁନ୍ଦର ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ

ଭୁବନେଶ୍ବର: ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ତଥା ଓଡ଼ିଆ ତାରକା ଖେଳାଳି ଶିବସୁନ୍ଦର ଦାସଙ୍କୁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ଶିବସୁନ୍ଦରଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ ଭାବେ ନିଯୁକ୍ତି ପ୍ରଦାନ କରାଯଇଛି। ମିଳିଥିବା ସୂଚନା ଅନୁଯାୟୀ, ବିସିସିଆଇ ଆଗାମୀ ଇଂଲଣ୍ଡ ଟୁର୍ ପାଇଁ ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରିଛି। ସେହିପରି ଦିଲ୍ଲୀର ପୂର୍ବତନ ୱିକେଟକିପର ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ ଭାବେ ନିଯୁକ୍ତ କରାଯାଇଛି। ସିନିୟର ମହିଳା ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତି ପାଇ ଶିବସୁନ୍ଦର ଦାସ ବହୁତ ଖୁସି ହୋଇଛନ୍ତି। ଶିବସୁନ୍ଦର ଦାସ କହିଛନ୍ତି ଯେ ମହିଳା ଟିମ୍‌ର ଆସନ୍ତା ଇଂଲଣ୍ଡ ଟୁର୍ ମୋ ପାଇଁ ଚାଲେଞ୍ଜିଂ ରହିବ। ପ୍ରଥମ ଥର ଲାଗି ମୁଁ ଭାରତୀୟ ମହିଳା ଟିମ୍ ସହ କାମ କରୁଛି । ତେଣୁ ଏହା ମୋ ପାଇଁ ଏକ ରୋମାଞ୍ଚକର ସମୟ । ମୁଁ ମୋ ଦାୟିତ୍ୱ ବହନ କରିବାକୁ ନେଇ ଉତ୍ସାହିତ। ମୋ ପାଇଁ ଏହି ଦାୟିତ୍ୱ ନିଶ୍ଚିତ ଚ୍ୟାଲେଞ୍ଜିଂ ହେବ, କାରଣ ମୁଁ ଜଣେ ଖେଳାଳି ଭାବେ ଇଂଲଣ୍ଡ ଗସ୍ତ କରିଛି ଏବଂ ସେଠାରେ ଅନେକ ଲିଗ୍ କ୍ରିକେଟ୍‌ ଖେଳିଛି। ସେଠାକାର ପରିବେଶ ସହ ମୁଁ ପରିଚିତ ଅଛି। ତେଣୁ ମୁଁ ମୋର ଅଭିଜ୍ଞତାକୁ ଟିମ୍ ସହ ବାଣ୍ଟିବାକୁ ଚାହିଁବି। ଏବେ ମୋର ସମ୍ପୂର୍ଣ୍ଣ ଫୋକସ୍ ଇଂଲଣ୍ଡ ଟୁର୍ ଉପରେ ରହିବ।

Related Articles

Leave a Reply

Your email address will not be published.

Back to top button