ସୋମବାର ଠାରୁ ସଂସଦରେ ବଜେଟ୍‌ ଅଧିବେଶନର ଦ୍ୱିତୀୟ ଭାଗ

ନୂଆଦିଲ୍ଲୀ:  ସୋମବାର  ଠାରୁ ସଂସଦରେ ବଜେଟ୍‌ ଅଧିବେଶନର ଦ୍ୱିତୀୟ ଭାଗ ଆରମ୍ଭ ହେବ ବୋଲି ଲୋକସଭାର ବାଚସ୍ପତି ଓମ୍‌ ବିର୍ଲା ଗଣମାଧ୍ୟମକୁ କହିଛନ୍ତି।
ରାଜ୍ୟସଭା ସକାଳ ୯ଟାରୁ ଅପରାହ୍ଣ ୨ଟା ପର୍ୟ୍ୟନ୍ତ ଚାଲିବାକୁ ଥିବା ବେଳେ ଅପରାହ୍ଣ ୪ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଲୋକସଭା ଚାଲିବ। ଏପ୍ରିଲ୍‌ ୮ ତାରିଖ ଦିନ ଏହି ଅଧିବେଶନର ଦ୍ୱିତୀୟ ଭାଗ ଶେଷ ହେବ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ଜାନୁଆରି ୨୯ରେ ଆରମ୍ଭ ହୋଇଥିବା ସଂସଦର ବଜେଟ୍‌ ଅଧିବେଶନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବ୍ରୁଆରି ୧ ତାରିଖ ଦିନ କେନ୍ଦ୍ରୀୟ ବଜେଟ୍‌ ଉପସ୍ଥାପନ କରିଥିଲେ। ଦୁଇ ଭାଗ କରାଯାଇଥିବା ସଂସଦର ଏହି ବଜେଟ୍‌ ଅଧିବେଶନର ପ୍ରଥମ ଭାଗ ୯୯.୫% ଫଳପ୍ରଦ ହୋଇଥିବା କଥା ବାଚସ୍ପତି ବିର୍ଲା ସୂଚନା ଦେଇଛନ୍ତି। ୫୦ ଘଣ୍ଟା ଧାର୍ୟ୍ୟ କରାଯାଇଥିବା ୨୦୨୧ ବଜେଟ୍‌ ଅଧିବେଶନରେ ଲୋକସଭା ୪୯ ଘଣ୍ଟା ୧୭ ମିନିଟ୍‌ ଚାଲିଥିଲା ବୋଲି ସେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଏବଂ ବଜେଟ୍‌ ସମ୍ବନ୍ଧୀୟ ବିତର୍କରେ ସମୁଦାୟ ୪୯ଜଣ ମହିଳା ସାଂସଦ ଅଂଶଗ୍ରହଣ କରିଥିଲେ ବୋଲି ସେ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button