୧୩ କୁମ୍ଭମେଳା ଫେରନ୍ତା ପିଜିଟିଭ

କଟକ: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ତାର କାୟା ବିସ୍ତାର କରିଚାଲିଛି ।  ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ଏହାରି ଭିତରେ ଏକ ବଡ଼ଖବର ସାମନାକୁ ଆସିଛି ।  ତାହା ହେଲା କୁମ୍ଭମେଳାରୁ କଟକ ଫେରିଥିବା ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।  ୩୦ଟି ନମୁନାରୁ ୧୩ ପଜିଟିଭ ନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।  ରେଲୱେ ଷ୍ଟେସନରେ ଯାଞ୍ଚବେଳେ ସେମାନେ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ପ୍ରକାଶ ଯେ, ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୪୭୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭୮୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୯୭୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪ ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୭୭ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୮୨୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୪୭ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୪୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Related Articles

Leave a Reply

Your email address will not be published.

Back to top button