ଆଇପିଏଲ୍ ଖେଳାଯିବ ବିନା ଦର୍ଶକରେ

ମୁମ୍ବାଇ: ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ (ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌) ଆୟୋଜନ ହେବ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଲାଙ୍କ ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ବିନା ଦର୍ଶକରେ ଆଇପିଏଲ୍ ଖେଳାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆଇପିଏଲ୍‌ ଆୟୋଜନ ନେଇ ବିସିସିଆଇ ସତର୍କତା ମୂଳକ ପଦକ୍ଷେପ ନେଇଛି। କେବଳ ଟି ସ୍ଥାନରେ ଆଇପିଏଲ୍ ମ୍ୟାଚ ଖେଳାଯିବା ପାଇଁ ଆୟୋଜନ ହେବ। ଖେଳାଳୀଙ୍କୁ ଟିକାକରଣ ନେଇ ବିଚାର କରାଯାଉଛି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛୁ ବୋଲି ବିସିସିଆଇ ଉପସଭାପତି ରାଜୀବ ଶୁକ୍ଲା ପ୍ରକାଶ କରିଛନ୍ତି। ଦେଶରେ ଏବେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ମହାରାଷ୍ଟ୍ରରେ ସଂକ୍ରମଣ ସୀମା ଲଙ୍ଘିବାରେ ଲାଗିଲାଣି । 

ତେଣୁ ଏଭଳି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକ ଭର୍ତ୍ତି ହେବା ଦ୍ୱାରା ସଂକ୍ରମଣ ବଢିବାର ଆଶଙ୍କା ରହୁଛି। ତେଣୁ ଏହାକୁ ଦୃଷ୍ଟି ରଖି ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଆୟୋଜନ କରିବାକୁ ବିସିସିଆଇ(ବୋର୍ଡ ଅଫ୍ କ​‌​‌​‌​‌ଣ୍ଟ୍ରୋଲ୍‌ ଫର୍‌ କ୍ରିକେଟ୍‌ ଇନ୍‌ ଇଣ୍ଡିଆ) ନିଷ୍ପତ୍ତି ନେଇଛି । ଏ ସମ୍ପର୍କରେ ସୂଚନା ଦେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଲା କହିଛନ୍ତି ଯେ କରୋନା ପାଇଁ ପୂର୍ବଭଳି ବାୟୋବବଲ ଭିତରେ ରହି ଖେଳାଳିମାନେ ଆଇପିଏଲ୍ ଖେଳିବେ । ବିସିସିଆଇ ମଧ୍ୟ ଖେଳାଳିଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଉଛି । କେବଳ ଟି ଷ୍ଟାଡିୟମରେ ଏଥର ସମସ୍ତ ଆଇପିଏଲ୍ ମ୍ୟାଚ୍ ଖେଳାଯିବ। ଚଳିତମାସ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତୀକ୍ଷିତ ଆଇପିଏଲ୍୧୪ ପଥରେ କରୋନା ପୁଣି ଥରେ ବଡ଼ କଣ୍ଟା ଭାବେ ଉଭା ହୋଇଛି। 

Related Articles

Leave a Reply

Your email address will not be published.

Back to top button