ଏସଓପି କଡ଼ାକଡ଼ି ପାଳନ କର: ମନ୍ତ୍ରୀ

ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଛି କରୋନା ଭୟ ।   ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି ।  ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବୃଦ୍ଧି ପାଉଛି ।   ତେବେ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ପରେ ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ନିର୍ଦ୍ଦେଶ ଦେଇଛନ୍ତି ।  ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ,ସରକାରୀ ସ୍କୁଲ କିମ୍ବା  ହଷ୍ଟେଲରେର ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।  ଘରୋଇ ବା କେଭିରେ ଚିହ୍ନଟ ହୋଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେବ ।  ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ଏସଓପିକୁ କଡ଼ାକଡ଼ି ପାଳନ ପାଇଁ କୁହାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।

Related Articles

Leave a Reply

Your email address will not be published.

Back to top button