ଚିନ୍ତା ନାହିଁ: ରଜରେ ‘ପିଠା ଅନ ହ୍ୱିଲ’

ଭୁବନେଶ୍ୱର: ରଜ ବେଳେ ରାଜ୍ୟରେ ଲକଡାଉନ୍।  ହେଲେ ମନ ଖୋଜୁଛି ଓଡ଼ିଆ ପିଠା। ହେଲେ ସେଥିପାଇଁ ଚିନ୍ତା କରିବାର କିଛି ନାହିଁ।
ଓଟିଡିସି ପକ୍ଷରୁ ଗତବର୍ଷ ଭଳି ଚଳିତ ବର୍ଷ ପିଠା ଯୋଗାଣ ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ରାଜ୍ୟ ପର୍ୟ୍ୟଟନ ନିର୍ଦ୍ଦେଶକ ସଚିନ ଆର. ଯାଦବ। ‘ପିଠା ଅନ୍ ହ୍ୱିଲ’ କାର୍ୟ୍ୟକ୍ରମ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଏହି ପିଠା ମିଳିବ କୋଭିଡ-୧୯ ସଂକ୍ରମଣ ଆଶଙ୍କା ମଧ୍ୟରେ ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ନିଷ୍ପତ୍ତି ନେଇଛି । ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ ।

ମାଷ୍ଟରକ୍ୟାଣ୍ଟିନ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖର ପୁର ଓ ରୂପାଲି ଛକରେ ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିୁଲ୍‌’ ମାଧ୍ୟମରେ ଏହି ପିଠା ବିକ୍ରି କରାଯିବ। ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମାସ୍କ ଉପଲବ୍ଧ ହେବ। ଗତବର୍ଷ ୧୧ଲକ୍ଷ ଟଙ୍କାର ପିଠା ବ୍ୟବସାୟ ହୋଇଥିଲା। କେବଳ ଭୁବନେଶ୍ୱର ନୁହେଁ ସମ୍ବଲପୁର ପାନ୍ଥନିବାସ ପକ୍ଷରୁ ମଧ୍ୟ ଅନୁରୂପ ‘ପିଠା ଅନ ହ୍ୱିଲ୍‌’ ମାଧ୍ୟମରେ ସୁସ୍ୱାଦୁ ରଜ ପିଠା ବିକ୍ରି କରାଯିବ। ଏହି ପିଠା ବିକ୍ରି ନିମନ୍ତେ ସ୍ୱତନ୍ତ୍ର ମୋବାଇଲ ଫୋନ୍ ନମ୍ବର ଜାରି କରାଯାଇଛି। ଏହି ନମ୍ବର ଓଟିଡିସି ସୋସିଆଲ ମିଡିଆ ପେଜ୍‌ରେ ମଧ୍ୟ ଉପଲବ୍ଧ ଅଛି। ଭୁବନେଶ୍ୱର,ସମ୍ବଲପୁର ଓ କଟକ ପାନ୍ଥନିବାସରେ ସ୍ୱତନ୍ତ୍ର କାଉଣ୍ଟର ଖୋଲାଯାଇ ଏହି ପିଠା ବିକ୍ରି କରାଯିବ ବୋଲି ସେ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button