ଜେଇଇ ମେନ ସ୍ଥଗିତ
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ(ମେନ)କୁ ସ୍ଥଗିତ ରଖାଯାଇଛି । ୨୦୨୧ ଏପ୍ରିଲ ସେସନର ଜେଇଇ(ମେନ)କୁ ସ୍ଥଗିତ ରଖାଯାଇଛି । ପରୀକ୍ଷା ପାଇଁ ପରବର୍ତ୍ତୀ ସମୟରେ ତାରିଖ ଘୋଷଣା କରାଯିବ । ଚଳିତ ମାସ ୨୭, ୨୮ ଓ ୩୦ ତାରିଖରେ ଜେଇଇ(ମେନ) ହେବାର ଥିଲା ।