କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ୧୦ ଓ ୧୧ ଏପ୍ରିଲରେ ହେବ ମକ୍ ଡ୍ରିଲ

ନୂଆଦିଲ୍ଲୀ : ଦେଶରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ଦୈନିକ ସଂକ୍ରମଣ ୬ ହଜାର ଉପରେ ପହଂଚିଛି । କରୋନାର ଭୟାବହତାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସ୍ୱାସ୍ଥ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ । ବୈଠକରେ କୋଭିଡ ଟେଷ୍ଟିଂ ଏବଂ ଜିନୋମ ସିକ୍ୱେନସିଂ ସହିତ କୋଭିଡ ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି କି, କରୋନାରୁ ବର୍ତ୍ତିବା ପାଇଁ ସମସ୍ତଙ୍କୁ ସତର୍କ ରହିବାକୁ ପଡିବ ଓ ଅନାବଶ୍ୟକ ଭୟରୁ ମଧ୍ୟ ଦୂରେଇ ରହିବାକୁ ପଡିବ । ଏହାସହ ସମସ୍ତ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଉପଦେଶ ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି କି, ନିଜ ନିଜ ରାଜ୍ୟରେ କୋଭିଡର ସ୍ଥିତିକୁ ଦେଖି ସ୍ୱାସ୍ଥ୍ୟସେବା ଓ ଭିତ୍ତିଭୂମୀ ଉପରେ ସମୀକ୍ଷା ବୈଠକ କରନ୍ତି । ଏହାସହ ଏପ୍ରିଲ ୧୦ ଓ ୧୧ ତାରିଖରେ ସାରା ଦେଶରେ କୋଭିଡକୁ ନେଇ ମକ୍ ଡ୍ରିଲ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏହାସହ ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟର ହସ୍ପିଟାଲ ସ୍ଥିତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଯୋଗାଡ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button