୭ଟି ଜିଲ୍ଲାକୁ ଘନକୁହୁଡ଼ି ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହାଫଳରେ ଉତ୍ତର ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଥଣ୍ଡାର ପରିମାଣ ବୃଦ୍ଧି ପାଇବ । ଅନ୍ୟପଟେ ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର ଓ ସୁବର୍ଣ୍ଣପୁରରେ ଘନକୁହୁଡ଼ି ଦୃଶ୍ୟମାନ ହେବ । ତେବେ ଶୁକ୍ରବାର ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର କିଛି ଜିଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା ନେଇ ସୂଚନା ଦେଇଥିଲା ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର। ଏହାସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button