ସିବିଏସଇ ଦଶମ ପରୀକ୍ଷା ବାତିଲ, ଦ୍ୱାଦଶ ସ୍ଥଗିତ

ନୂଆଦିଲ୍ଲୀ:  ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ ।  ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ତେବେ ଏହାରି ଭିତରେ ଏକ ବଡ଼ଖବର ସାମନାକୁ ଆସିଛି ।   ତାହା ହେଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି ।  ବାତିଲ ନେଇ  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ସୂଚନା ଦେଇଛନ୍ତି ।  ଆଜି ଟ୍ୱିଟ ଯୋଗେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।  ସେ କହିଛନ୍ତି ଯେ, ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ ।  ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନହେବେ ପୁଣି ସେମାନେ ପରୀକ୍ଷା ଦେଇପାରିବେ ।  ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ।  ଜୁନ ୧ ତାରିଖ ପରେ ପରିସ୍ଥିତି ସମୀକ୍ଷା ହେବ । ପରୀକ୍ଷାର ୧୫ ଦିନ ପୂର୍ବରୁ କୁହାଯିବ ।  କରୋନା ଯୋଗୁଁ ସ୍କୁଏ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।  ତେବେ  ଦ୍ୱାଦଶ ବୋର୍ଡ ପରୀକ୍ଷା ଘୁଞ୍ଚାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି । ମେ ୪ରୁ ଜୁନ ୧୪ ମଧ୍ୟରେ ହେବାକୁ ଥିବା ଦ୍ୱାଦଶ ପରୀକ୍ଷା ପରେ ହେବ । କରୋନ ଯୋଗୁଁ ସ୍କୁଲ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ଆଜି ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button