୨ଟି ଜେଲରେ ୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ଏହାରି ଭିତରେ ଏକ ବଡ଼ ଖବର ଆସିଛି । ତାହା ହେଲା ଗଜପତି ଜିଲ୍ଲାର ୨ଟି ଜେଲରୁ ୯ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।  ପାରାଳାଖେମୁଣ୍ଡି ସବଜେଲର ୩ ଅନ୍ତେବାସୀ  କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆର.ଉଦୟଗିରି ସବଜେଲର  ୬ ଅନ୍ତେବାସୀ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଉଭୟ ଜେଲର ଆଇସୋଲେସନ ସେଲରେ ୯ ଜଣଙ୍କୁ ରଖାଯାଇଥିବା ଜଣାଯାଇଛି । ପ୍ରକାଶ ଯେ,  ରାଜ୍ୟରେ ଆଉ ୧୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧ରେ ପହଁଚିଛି  । ଅପରପକ୍ଷରେ ୭୯୭୯ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ଜଣାପଡ଼ିଛି  ।

Related Articles

Leave a Reply

Your email address will not be published.

Back to top button