୨ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି । ସୂଚନା ଅନୁଯାୟୀ, ଆସନ୍ତା ୨୧ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।ଗସ୍ତ ସମୟରେ ରାଜଭବନରେ ରାତ୍ରିଯାପନ କରିବେ ।ତେବେ ଏହି ଗସ୍ତରେ ରାଉରକେଲା ନିଟ୍ ସମାବର୍ତ୍ତନ ଉତ୍ସବ ସହ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନର କାର୍ଯ୍ୟକ୍ରମ ମଧ୍ୟ ରହିଛି । ୨୨ ତାରିଖରେ ରାଷ୍ଟ୍ରପତିଙ୍କ କୋଣାର୍କ ଗସ୍ତ କାର୍ଯ୍ୟକ୍ରମ ରହିଛି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ରାଷ୍ଟ୍ରପତି ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ କୋର୍ଣାର୍କ ମନ୍ଦିର ପରିଦର୍ଶନ କରିବେ ରାମନାଥ କୋବିନ୍ଦ । ରାଉରକେଲା ନିଟ୍ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତିଙ୍କ ସହ କେତେକ କେନ୍ଦ୍ରମନ୍ତ୍ରୀ ଯୋଗାଦେବାର କାର୍ଯ୍ୟକ୍ରମ ରହିଛି।

Related Articles

Leave a Reply

Your email address will not be published.

Back to top button