+୨ ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ପୁଣି ରାସ୍ତାକୁ ଓହ୍ଲାଇଛନ୍ତି ଛାତ୍ରଛାତ୍ରୀ  । ମହାତ୍ମା ଗାନ୍ଧି ମାର୍ଗରେ ଶତାଧିକ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି  । ଦାବି ପୂରଣ ନହେଲେ ଆନ୍ଦୋଳନ ତୀବ୍ର କରିବାକୁ ଚେତାବନୀ ଦେଇଛନ୍ତି । ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ପୁଣି ଏକାଠି ହେଲେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ । ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ ଛକରେ ଏକାଠି ହୋଇଛନ୍ତି ଏକାଧିକ କଲେଜର ଛାତ୍ରଛାତ୍ରୀ । କିଛି ଦିନ ପୂର୍ବରୁ ମଧ୍ୟ ସମାନ ଦାବି କରି ରାଜଧାନୀର ବିଭିନ୍ନ କଲେଜର ଛାତ୍ରଛାତ୍ରୀ ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ କରିଥିଲେ । କରୋନା ଯୋଗୁଁ ଯେମିତି ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି ଠିକ୍ ସେହିପରି ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବାକୁ ଦାବି କରିଥିଲେ । ଆଜି ସେହି ସମାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରଛାତ୍ରୀ ।

Related Articles

Leave a Reply

Your email address will not be published.

Back to top button