୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର: ଶୁକ୍ରବାର ଠାରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହୋଇଛି । ତେବେ ଆରମ୍ଭରୁ ଗୃହରେ ହଟ୍ଟଗୋଳ ହୋଇଛି । ଯାହା ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ଆଜି  ଗୃହ କାର୍ୟ୍ୟ ଆରମ୍ଭ ହେବା ମାତ୍ରେ ମଣ୍ଡି ସମସ୍ୟାକୁ ନେଇ ତାତିଥିଲେ । ବିରୋଧୀ । ପ୍ରଶ୍ନକାଳ ଆରମ୍ଭରେ ଉଭୟ କଂଗ୍ରେସ ଓ ବିଜେପି ବିଧାୟକ ମଣ୍ଡିରୁ ଧାନ ନଉଠିବା ପ୍ରସଙ୍ଗକୁ ନେଇ ହଙ୍ଗାମା କରିଥିଲେ ।  ଗୃହ ମଧ୍ୟଭାଗକୁ ମାଡି ଆସି ବିରୋଧୀ ହୋହାଲ୍ଲା କରିବାରୁ ପ୍ରଶ୍ନକାଳ ଚାଲି ପାରିନଥିଲା । ଫଳରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ରଖିିଥିଲେ ।

ପରେ ସାଢେ ୧୧ଟାରେ ଗୃହ କାର୍ୟ୍ୟ ଆରମ୍ଭ ହେବା ପରେ ବି ବିରୋଧୀ ମଣ୍ଡି ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିଥିଲେ । ତେବେ  ଧାନ କିଣା ସମସ୍ୟା ନେଇ ବିଧାନସଭାରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ରୁଲିଂ ଦେଇଥିଲେ ।   ଆଜି ଦିନର କାର୍ଯ୍ୟ ସରିବା ପୂର୍ବରୁ ବିଭାଗୀୟ ମନ୍ତ୍ରୀ ଗୃହରେ ବିବୃତ୍ତି ଦେବେ ।  ଧାନକିଣା ନେଇ ଯୋଗାଣ ମନ୍ତ୍ରୀ ବିବୃତି ଦେବାକୁ ବାଚସ୍ପତି ଶ୍ରୀ ପାତ୍ର ରୁଲିଂ ଦେଇଥିଲେ । ଏଥିସହ ବାଚସ୍ପତି ଶ୍ରୀ ପାତ୍ର ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

Related Articles

Leave a Reply

Your email address will not be published.

Back to top button