ଖୋଲିବ ଆଉ ୧୮ ଡିଗ୍ରୀ କଲେଜ

ଭୁବନେଶ୍ବର: ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଚଳିତ ଶିକ୍ଷାବର୍ଷଠାରୁ କାର୍ୟ୍ୟକ୍ଷମ ହେବ ଏସବୁ କଲେଜ ।  ୫-ଟି  ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ଅନୁରୋଧ  କରିଥିଲେ।  ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।  ସେହିପରି ଆସନ୍ତା ସପ୍ତାହରେ  ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍ ସିଲେକ୍ସନ ବୋର୍ଡ ଜରିଆରେ ନିଯୁକ୍ତି ଦିଆଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ଏହି ସୂଚନା ଦେଇଛନ୍ତି। ୨ ହଜାର ମସିହାରେ ଓଡ଼ିଶାର ୫୪୮ଟି ଡିଗ୍ରୀ କଲେଜ ଥିଲା।  ଏବେ ୧ ହଜାର ୪୦ରେ ପହଞ୍ଚିଛି। ବିଶ୍ବବିଦ୍ୟାଳୟ ସଂଖ୍ୟା ୫ରୁ ବୃଦ୍ଧି ପାଇ ୨୪ରେ ପହଞ୍ଚିଛି। ଯେଉଁଥିରେ ୧୭ଟି ସରକାରୀ ଓ ୭ଟି ବେସରକାରୀ ବିଶ୍ବବିଦ୍ୟାଳୟ ଅଛନ୍ତି । କିଛି ଦିନ ପୂର୍ବରୁ ପୁରୀର ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟ ସ୍ଥାପନ ହୋଇଛି। ରାଜ୍ୟରେ ୨୧ଟି ଫଣ୍ଡାମେଣ୍ଟାଲ ରିସର୍ଚ୍ଚ ସେଣ୍ଟର ଅଫ୍ ଏକ୍ସଲେନ୍ସ ମଧ୍ୟ ଖୋଲିଛି। କଲେଜଗୁଡ଼ିକର ସ୍ଥାୟୀ ଭିତ୍ତଭୂମି ତିଆରି ହୋଇଥିବାରୁ ଛାତ୍ରଛାତ୍ରୀ ସ୍ମାର୍ଟ କ୍ଲାସରୁମ ଓ ଲାବରେଟୋରି ସୁବିଧା ପାଇପାରିବେ। କଲେଜଗୁଡ଼ିକରେ ଖାଲିଥିବା ପଦବି ପୂରଣ ଲାଗି ଅଧ୍ୟାପକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ୨୦୨୨-୨୩ ଶିକ୍ଷାବର୍ଷରେ ୪୬୭ ଜଣ ନିଯୁକ୍ତି ପାଇଥିବା ବେଳେ ୨୦୨୩-୨୪ରେ ୧  ହଜାର ୩୩ ଜଣ ମନୋନୀତ ହୋଇଛନ୍ତି। ଲାପଟପ ଯୋଜନା ଦ୍ବାରା ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ସିଧାସଳଖ ୩୦ ହଜାର ଟଙ୍କା ପଠା ଯାଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ  ସୂଚନା ଦେଇଛନ୍ତି।  ।

Related Articles

Leave a Reply

Your email address will not be published.

Back to top button