ବୁଲଢାଣା ବସ୍ ଦୁର୍ଘଟଣାରେ ୩ ସମେତ ୨୫ ମୃତ୍ୟୁ: ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ଶୋକ

ମୁମ୍ବାଇ: ଶୁକ୍ରବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ବୁଲଢାଣା ଜିଲ୍ଲାରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ୨୫ ଜଣ ପ୍ରାଣ ହରାଇଛନ୍ତି। ପୋଲିସର ସୂଚନାନୁସାରେ ନାଗପୁରରୁ ଔରଙ୍ଗାବାଦ ରାସ୍ତାରେ ବସ୍ ପ୍ରଥମେ ଏକ ଲୁହା ପୋଲକୁ ଧକ୍କା ଦେଇଥିଲା ଏବଂ ନିୟନ୍ତ୍ରଣ ହରାଇବା ପରେ ଡିଭାଇଡରକୁ ଧକ୍କା ଦେଇ ଓଲଟି ପଡିଥିଲା। ଏହି ବୁଲଢାଣା ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଠାରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ପର୍ଯ୍ୟନ୍ତ ସମସ୍ତେ ଦୁଃଖ ପ୍ରକାଶ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଖୁବ୍ ଶୀଘ୍ର ଦୁର୍ଘଟଣା ସ୍ଥଳକୁ ଯିବେ।

Related Articles

Leave a Reply

Your email address will not be published.

Back to top button