ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲ ମୃତ

ଭୁବନେଶ୍ବର: ଛତିଶଗଡ଼ର ନକ୍ସଲ ପ୍ରବଣ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ। ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ମଧ୍ୟରେ ଏହା ଘଟିଛି। ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିମାଡ଼ ଆରମ୍ଭ କରି ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ୩ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି। ନିହତ ନକ୍ସଲଙ୍କ ମଧ୍ୟରେ ଦରଭା ଡିଭିଜିନର ଏଲଓସି କମାଣ୍ଡର ରହିଥିବା ଜଣାପଡ଼ିଛି। ସମସ୍ତ ୩ ନକ୍ସଲଙ୍କ ମୃତଦେହ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି। ସେହିପରି ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ, ଗୁଳି, ବନ୍ଧୁକ ଓ ବିସ୍ଫୋରକ ମଧ୍ୟ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଥିବା ଦାନ୍ତେୱାଡା ଏସ୍‌ପି ଗୌରବ ରାଏ ସୂଚନା ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button