ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ Duchenne Muscular Dystrophy ପୀଡିତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଉପରୋକ୍ତ ତିନି ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ ଯେ, DMD ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।