ବିଜେଡ଼ିରେ ଯୋଗ ଦେଲେ ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର

ଭୁବନେଶ୍ୱର: ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର ରତନ ସୁନା, ଗଙ୍ଗାଧର ଷଣ୍ଢ, ବିରେନ୍ଦ୍ର ରାୟ ଓ ଜୟକିଷୋର ଜାଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ୪ଜଣ ବିଜେପି କାଉନସିଲରଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଏହି ବିଜେପି ନେତାଙ୍କ ଯୋଗଦାନ ଫଳରେ ବିଶେଷକରି ସମ୍ବଲପୁରରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ୪ଜଣ କାଉନସିଲର ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Related Articles

Leave a Reply

Your email address will not be published.

Back to top button