ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୫୩୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୮,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୦୦୦ ତଳକୁ ଖସି ଆସିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୫୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୫୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୪୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୪୬୮କୁ ବୃଦ୍ଧି ପାଇଛି।

Related Articles

Leave a Reply

Your email address will not be published.

Back to top button