୨୧ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ଗଞ୍ଜାମ ଜିଲ୍ଲାରେ । ୬୧.୨ ମିଲିମିଟର ରେକର୍ଡ କରାଯାଇଛି । ବର୍ତ୍ତମାନ ଗୋଟିଏ ଘୂର୍ଣ୍ଣିବଳୟ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ରହିଛି । ସମୁଦ୍ର ପତ୍ତନଠାରୁ ଏହାର ଉଚ୍ଚତା ଦେଢ଼ କିଲୋମିଟର ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୧ ତାରିଖ ପାଖାପାଖି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଏବଂ ତା ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଖାପାଖି ରହିବ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ନାହିଁ।

Related Articles

Leave a Reply

Your email address will not be published. Required fields are marked *

Back to top button