ମେ’ ଦ୍ୱିତୀୟ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଚଳିତ ମେ’ ମାସ ଦ୍ୱିତୀୟ ସପ୍ତାହରେ ବଙ୍ଗୋପସାଗରରେ ଏକ ବଡ଼ ଧରଣର ପାଣିପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଗ୍ଲୋବାଲ୍ ଫୋରକାଷ୍ଟ ସିଷ୍ଟମ୍ (GFS) ମଡେଲର ଆକଳନ ଅନୁଯାୟୀ, ଆସନ୍ତା ମେ’ ୧୦ରୁ ୧୨ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହି ଘୂର୍ଣ୍ଣିବଳୟ କ୍ରମଶଃ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ଗତି କରି ଘନୀଭୂତ ହେବା ସହ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ‘ସାଇକ୍ଲୋଜେନେସିସ୍’ ପ୍ରକ୍ରିୟା ମାଧ୍ୟମରେ ଏହା ଅଧିକ ଶକ୍ତିଶାଳୀ ହୋଇ ଅବପାତ ଓ ପରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଏହି ସମ୍ଭାବ୍ୟ ବାତ୍ୟାକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ଆଧିକାରିକ ସୂଚନା ଦିଆଯାଇ ନାହିଁ। ପାଣିପାଗ ସ୍ଥିତି ଉପରେ ବିଭାଗ ନଜର ରଖିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।

Related Articles

Leave a Reply

Your email address will not be published. Required fields are marked *

Back to top button