ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶଃ ଲଘୁଚାପ, ଆହୁରି ତିନିଦିନ ଧରି ଛେଚିବ

ଭୁବନେଶ୍ବର: ଗତ କାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଗତକାଲି ସନ୍ଧ୍ୟା ୫ଟା୩୦ ସମୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଆଜି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button