ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ମୃତ, ୨ ଗୁରୁତର

ଭୁବନେଶ୍ୱର: ରାଜଧାନୀର ନୀଳାଦ୍ରିବିହାର ଛକ ନିକଟରେ ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର୍ ସମ୍ମୁଖରୁ ବାଇକକୁ ସଜୋର ମାଡ଼ କରିଛି। ଏହି ଭୟାବହ ସଂଘର୍ଷରେ ଜଣେ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଚନ୍ଦ୍ରଶେଖରପୁର ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଛି। ଏହା ସହ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦ୍ୱୟକୁ ଆଣି ଅଧିକ ତଦନ୍ତ ଜାରି ରଖିଛି।

Related Articles

Leave a Reply

Your email address will not be published. Required fields are marked *

Back to top button