ଅମରାବତୀ ହସ୍ପିଟାଲ ଅଗ୍ନିକାଣ୍ଡ: ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଅମରାବତୀସ୍ଥିତ ଜିଲ୍ଲା ମହିଳା ହସ୍ପିଟାଲ (ଡଫରିନ୍ ହସ୍ପିଟାଲ)ର ନବଜାତ ଶିଶୁ ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩ ଜଣ ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ପରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଏହାକୁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି ଅଭିହିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X)ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲ ଅଗ୍ନିକାଣ୍ଡରେ ୩ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ରାଜ୍ୟ ସରକାର ଗଭୀର ସମବେଦନା ଜଣାଉଛନ୍ତି। ଏଥିସହିତ ମୃତକଙ୍କ ପରିବାର ପାଇଁ ରାଜ୍ୟ ସରକାର ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button