୬ ବିଜେଡି ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାଇତ୍ୱ ବାଣ୍ଟିଲା ଦଳ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପୂର୍ବରୁ ସାଙ୍ଗଠନିକ ସ୍ତରରେ ଏକ ବଡ ଧରଣର ପରିବର୍ତ୍ତନ କରିଛି ବିଜେଡି | ବିଜେଡ଼ିର ୬ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ୩୦ ଜିଲ୍ଲା ମଧ୍ୟରେ ଦାୟିତ୍ୱ ବଣ୍ଟା ଯାଇଛି | ଆଉ ଏହି ନିର୍ଦ୍ଦେଶନାମାରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ |

ବିକ୍ରମ କେଶରୀ ଆରୁଖଙ୍କୁ ୫ଟି ଜିଲ୍ଲାର ଦାୟିତ୍ୱ ମିଳିଛି | ସେହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି | ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ୬ଟି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାଇତ୍ୱ ଦିଆଯାଇଛି ଯଥା ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ |

ଏତଦ ବ୍ୟତୀତ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାର ଦାୟିତ୍ୱ ସମ୍ଭାଳିବେ | ଅନ୍ୟପଟେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି, ଯଥା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା |

ସେହିପରି କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଦାୟିତ୍ୱରେ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ହୋଇଛନ୍ତି ପ୍ରସନ୍ନ ଆଚାର୍ଯ୍ୟ | ଏହା ସହ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ବରିଷ୍ଠ ନେତା ମହେଶ୍ୱର ମହାନ୍ତିଙ୍କୁ ଦାଇତ୍ୱ ଦେଇଛି ବିଜେଡ଼ି |

Related Articles

Leave a Reply

Your email address will not be published.

Back to top button