ଧର୍ମେନ୍ଦ୍ରଙ୍କ ଅଭିଯୋଗର ଉତ୍ତର ରଖିଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ବର: ସାମାଜିକ ସୁରକ୍ଷା ଭତ୍ତାକୁ ରାଜ୍ୟ ସରକାର ନଗଦ ଆକାରରେ ହିତାଧିକାରୀ ଘରେ ଦେବାକୁ ବ୍ୟବସ୍ଥା କରିଛନ୍ତି। ହେଲେ ଏହାକୁ ବିରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ନିଷ୍ପତିକୁ ପୁନଃବିଚାର କରିବା ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ନଗଦ ନ ଦେଇ ଡିବିଟି ମାଧ୍ୟମରେ ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି। ତେବେ ଏହାର ଜବାବ ରଖିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ସେ ଟୁଇଟ କରି କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀଙ୍କ ଏପରି ଅନୁରୋଧ ଆଶ୍ଚର୍ଯ୍ୟ କରିଛି।ସେ ବୋଧହୁଏ ତୃଣମୂଳ ସ୍ତରରେ କଣ ଘଟୁଛି ସେ ସଂପର୍କରେ ଅବଗତ ନାହାଁନ୍ତି। ଭତ୍ତା ଟଙ୍କା ପାଇବା ପାଇଁ ହିତାଧିକାରୀମାନେ ୨୦-୩୦ କିଲୋମିଟର ରାସ୍ତା ଚାଲିଚାଲି ଯାଉଛନ୍ତି। ତାଙ୍କ ପ୍ରତି ବୋଧହୁଏ କେନ୍ଦ୍ରମନ୍ତ୍ରୀଙ୍କର ସାମାନ୍ୟତମ ସମ୍ମାନବୋଧ ନାହିଁ। ଯଦି କେନ୍ଦ୍ର ସରକାର ପ୍ରତି ଗାଁରେ ବ୍ୟାଙ୍କ ବ୍ୟବସ୍ଥା କରାଇପାରନ୍ତେ ତେବେ ଏପରି ଅସୁବିଧା ହୁଅନ୍ତା ନାହିଁ। ହେଲେ କେନ୍ଦ୍ରମନ୍ତ୍ରୀ ସେହି କଥା ନ କହି ଏପରି ଭଲ କାର୍ଯ୍ୟକୁ ବିରୋଧ କରିବା ହାସ୍ୟସ୍ପଦ ବୋଲି ସସ୍ମିତ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button