ସରକାରୀ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବସ୍ ଭଡା ଛାଡ଼

ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ ପାଇଁ ଖୁସି ଖବର । ଏଣିକି ମାଗଣାରେ ସ୍କୁଲକୁ ବସ୍ରେ ଯାଇପାରିବେ ଛାତ୍ରଛାତ୍ରୀ । ସ୍କୁଲ ୟୁନିଫର୍ମ ପିନ୍ଧି ଆଇକାର୍ଡ ଦେଖାଇଲେ ଦେବାକୁ ପଡିବନି ବସ୍ ଭଡା । ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମିଳିବ ଏହି ସୁବିଧା । ସମୟକୁ ଦୃଷ୍ଟିରେ ରଖି ବସ୍ ଚଳାଚଳ ସମୟରେ ପରିବର୍ତ୍ତନ କରିବାକୁ ଓଏସଆରଟିସିକୁ ଅନୁରୋଧ କରାଯାଇଛି । ଏପରିକି ସ୍କୁଲ ପିଲାଙ୍କ ରୁଟକୁ ମଧ୍ୟ ଧ୍ୟାନ ଦେବାକୁ କୁହାଯାଇଛି । ଅଧିକରୁ ଅଧିକ ପିଲା ଯେପରି ବସ୍ରେ ଯାତାୟତ କରିପାରିବେ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ବସ୍ ସେବାରେ ଏହି ସୁବିଧା ଛାତ୍ରଛାତ୍ରୀଙ୍କୁ ମିଳିବ । ବାଣିଜ୍ୟ ଓ ପରିବହନ ବିଭାଗକୁ ଏନେଇ ଚିଠି କରିଛି ଗଣଶିକ୍ଷା ବିଭାଗ । ଅଧିକ ତଥ୍ୟ ପ୍ରଦାନ କରିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।