ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗୁଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button