ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା

ଭୁବନେଶ୍ବର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଲେ। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରଗତିରେ ପାରାଦୀପ ବନ୍ଦରର ଅଗ୍ରଣୀ ଭୂମିକାକୁ ଉଲ୍ଲେଖ କରି କହିଥିଲେ ଯେ, ଏହା ଆଜି ଭାରତର ସର୍ବଶ୍ରେଷ୍ଠ ବୃହତ୍ ବନ୍ଦର ଭାବେ ପରିଚିତ ହୋଇଛି। ୨୦୧୫ ମସିହାରେ ୭୧ ନିୟୁତ ଟନ୍ ପଣ୍ୟ ପରିବହନ କ୍ଷମତା ଥିଲା ଏହି ବନ୍ଦରର, ଯାହା ବଢ଼ି ୨୦୨୫ରେ ୧୫୦ ନିୟୁତ ଟନ୍‌କୁ ପହଞ୍ଚିଛି। ପାରାଦୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର, ଅର୍ଥନୀତିର କୋଣାର୍କ। “ମାରି-ଟାଇମ ଇଣ୍ଡିଆ ଭିଜନ ୨୦୩୦” ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍ ଓ “ବିକଶିତ ଭାରତ ୨୦୪୭” ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍ ପର୍ଯ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ ବୋଲି ସେ ଘୋଷଣା କଲେ।

Related Articles

Leave a Reply

Your email address will not be published. Required fields are marked *

Back to top button