ଲୋକସେବା ଭବନ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଭବନ । ଏଥି ପାଇଁ ଖର୍ଚ୍ଚ ହେବ ୩୬୨୩ କୋଟି ଟଙ୍କା । ନୂଆ ଲୋକସେବା ଭବନରେ ହେବ ଭୂତଳ ପାର୍କିଂ । ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅବସରରେ ଏହାକୁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ୯୫୨ କୋଟି ଟଙ୍କା ବ୍ୟୟରେ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଏଲିଭେଟେଡ଼ କରିଡ଼ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପରେ ଜୟଦେବ ବିହାର, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ନିର୍ମାଣ ହେବ ଫ୍ଲାଏ ଓଭର । ଜୟଦେବ ବିହାର ଛକରେ ୪ ଲେନ ବିଶିଷ୍ଟ କେବୁଲ ଷ୍ଟେ ବ୍ରିଜ କରିବାକୁ ଯୋଜନା ରହିଛି । ରାସ୍ତାର ଦୁଇ ପାର୍ଶ୍ବରେ ଲାଗିବ ୨୨ ହଜାର ୪୧୦ ଗଛ।



