ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ। ୮୦ ବର୍ଷ ବୟସରେ ଆଖି ବୁଜିଲେ ଉତ୍ସବ ଚରଣ ଦାସ। ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଚିକିତ୍ସିତ ଅବସ୍ଥାରେ ଭୋର୍ ୫ ଟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘୋଡ଼ାନାଚ କରି ରାଜ୍ୟ, ଦେଶ ତଥା ଦେଶ ବାହାରେ ସେ ସୁନାମ ଅର୍ଜନ କରିଥିଲେ । କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ ଉତ୍ସବ ଚରଣ ଦାସ। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ତାଙ୍କର ଥିଲା ବିଶେଷ ଅବଦାନ। ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଟ୍ବିଟ କରି ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button