ଓଡିଶା ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ଉତ୍କଳ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା। ଆଜି ସକାଳୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରର ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହାପରେ ସେ ମଧୁବାବୁଙ୍କ ଜନ୍ମପିଠ ସତ୍ୟଭାମାପୁର ଯିବେ। ସେଠାରେ ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ପାଳନ କରାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button