ସହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସହୀଦ ରାଜକିଶୋର ମୁଣ୍ଡା ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି । କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ ଗ୍ରାମର ରାଜକିଶୋର ମୁଣ୍ଡା ବିହାର ରେଜିମେଣ୍ଟ ର ଷଷ୍ଠ ବାଟାଲିୟନରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ। ସ୍ବର୍ଗତ ମୁଣ୍ଡା ଅରୁଣାଚଳ ପ୍ରଦେଶର ତାୱାଙ୍ଗ ଠାରେ କର୍ତ୍ତବ୍ୟରତ ଥିବା ବେଳେ ଗତ ୨୯ ତାରିଖରେ ସହୀଦ ହୋଇଯାଇଛନ୍ତି।