୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି କେନ୍ଦ୍ର ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ୟ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ତେବେ କେନ୍ଦ୍ର ସରକାରଙ୍କ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ । ୨୦୨୫ -୨୬ ଆର୍ଥିକବର୍ଷ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ବଜେଟ୍ ଉପରେ ଆଜି ଏଭଳି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Related Articles

Leave a Reply

Your email address will not be published. Required fields are marked *

Back to top button