ମୁଖ୍ୟମନ୍ତ୍ରୀ ଦେଲେ ପୁରସ୍କାର: ଝାରସୁଗୁଡା ଜିଲ୍ଲା ପ୍ରଥମ ,ଖୋର୍ଦ୍ଧା ଦ୍ୱିତୀୟ

ଭୁବନେଶ୍ବର: ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ। ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରନ୍ତୁ। ପିଲା ମାନଙ୍କୁ ନିଜ ଇଛାରେ ଉଡିବାକୁ ଦିଅନ୍ତୁ, ସ୍ୱପ୍ନ ଦେଖିବାକୁ ସୁଯୋଗ ଦିଅନ୍ତୁ ଏବଂ ସ୍ୱପ୍ନକୁ ପୂରଣ କରିବା ପାଇଁ ଜଣେ ଜଣେ ମେଣ୍ଟର ଭାବେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମହାନ ରାଷ୍ଟ୍ରନୀତିଜ୍ଞ, ଆଦର୍ଶ ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଡଃ ରାଧାକ୍ରଷ୍ଣନ ପ୍ରତ୍ୟେକ ବିଦ୍ୟାର୍ଥୀ ତଥା ପ୍ରତ୍ୟେକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ହେଉଛନ୍ତି ଆଦର୍ଶ। ସେ କେବଳ ଜଣେ ବିଶିଷ୍ଟ ଶିକ୍ଷାବିତ, ଦାର୍ଶନିକ କିମ୍ବା ରାଷ୍ଟ୍ରନୀତିଜ୍ଞ ନଥିଲେ, ସେ ଥିଲେ ଭାରତବର୍ଷର ଜଣେ ଶ୍ରେଷ୍ଠ ଗୁରୁ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ଶିକ୍ଷା ପଦ୍ଧତିରେ ଆମ ପାଇଁ ସବୁଠାରୁ ବଡ ଦୁଇଗୋଟି ଆହ୍ୱାନ ରହିଛି। ପ୍ରଥମଟି ହେଲା ଡ୍ରପଆଉଟ୍ ହାରକୁ ଆଶାତୀତ ଭାବେ ହ୍ରାସ କରିବା ଏବଂ ଦ୍ୱିତୀୟଟି ହେଉଛି ସମସ୍ତଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ପ୍ରଦାନ ବ୍ୟବସ୍ଥା। ଡ୍ରପ ଆଉଟ୍ ହାରକୁ ରୋକିବା ପାଇଁ ମିଡ୍‌ ଡେ ମିଲ ବା ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଏକ ସଫଳ ପଦକ୍ଷେପ ଭାବେ ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆମେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମକୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମ୍ପ୍ରସାରିତ କରିଛୁ ଏବଂ ପିଲାମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟର ମଧ୍ୟ ବ୍ୟବସ୍ଥା କରିଛୁ। ଜନଜାତି ବର୍ଗର ପିଲାମାନଙ୍କୁ ମଧ୍ୟ ମଧୋ ସିଂ ହାତଖର୍ଚ୍ଚ ଯୋଜନା ଜରିଆରେ ସହାୟତା ପ୍ରଦାନ କରାଯାଉଛି। ଏହି ସବୁ ଯୋଜନା ଆଗାମୀ ଦିନରେ ଡ୍ରପଆଉଟ୍ ହାର କମ୍‌ କରିବାରେ ନିଶ୍ଚିତ ରୂପେ ସଫଳ ହେବ। ସେହିଭଳି ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂତନ ଶିକ୍ଷାନୀତି ଲାଗୁ କରାଯାଇଛି। ନୂତନ ଶିକ୍ଷା ନୀତି ଅଧୀନରେ ଛାତ୍ରଛାତ୍ରୀ ମାନଙ୍କୁ ସୃଜନଶୀଳ ଓ ସ୍ୱାବଲମ୍ବୀ କରିବା ପାଇଁ ଷ୍ଟେଟ୍ କରିକୁଲମ ଫ୍ରେମୱାର୍କ ଆରମ୍ଭ କରାଯାଉଛି। ପିଲାମାନଙ୍କ ପାଇଁ ଗପ, ଗୀତ, ଖେଳ ଓ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟ ମାଧ୍ୟମରେ ଭାଷା ସମ୍ପର୍କିତ ଦକ୍ଷତା ବୃଦ୍ଧି ପାଇଁ ନିପୁଣ ଓଡିଶା କାର୍ଯ୍ୟକ୍ରମ ଗତବର୍ଷଠାରୁ ଆରମ୍ଭ ହୋଇଛି। ଆଜିଠାରୁ ପଢିବା, ଗଢିବା ଓଡିଶା କାର୍ଯ୍ୟକ୍ରମ ଆରମ୍ଭ ହେଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକୁ ସୁନ୍ଦର ଓ ଆକର୍ଷଣୀୟ ପଠନ ସ୍ଥାନରେ ପରିଣତ କରି ସରଳ କାହାଣୀ ପୁସ୍ତକ ମାଧ୍ୟମରେ ପିଲାମାନଙ୍କର ପଢିବା ଓ ବୁଝିବା ଶକ୍ତିକୁ ବିକଶିତ କରାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button